ଯାତ୍ରା ପୁସ୍ତକ 37

ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ, ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।

Exodus 37:23 (UKJV) And he made his seven lamps, and his snuffers, and his intruments for snuffings, of pure gold.

21ଆଉ, ତହିଁରୁ ଯେଉଁ ଛଅ ଶାଖା ନିର୍ଗତ ହେଲା, ତଦନୁସାରେ ଏକ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟତର ଶାଖାଦ୍ୱୟର ତଳେ ଏକ କଳିକା ରହିଲା।

22ଏହି କଳିକା ଓ ଶାଖା ତହିଁର ଅଂଶ ହେଲା ଓ ସମସ୍ତ ନିର୍ମଳ ସୁବର୍ଣ୍ଣ ନିର୍ମିତ ଏକ ପିଟାକର୍ମ ହେଲା।

23ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ, ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।

24ସେ ଏକ ତାଳନ୍ତ ପରିମିତ ନିର୍ମଳ ସୁବର୍ଣ୍ଣରେ ତାହା ଓ ତହିଁର ସମସ୍ତ ପାତ୍ର ନିର୍ମାଣ କଲେ।

25ଏଥିଉତ୍ତାରେ ସେ ଶିଟୀମ୍‍ କାଷ୍ଠରେ ଏକ ହସ୍ତ ଦୀର୍ଘ, ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.