23ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ, ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।
24ସେ ଏକ ତାଳନ୍ତ ପରିମିତ ନିର୍ମଳ ସୁବର୍ଣ୍ଣରେ ତାହା ଓ ତହିଁର ସମସ୍ତ ପାତ୍ର ନିର୍ମାଣ କଲେ।
25ଏଥିଉତ୍ତାରେ ସେ ଶିଟୀମ୍ କାଷ୍ଠରେ ଏକ ହସ୍ତ ଦୀର୍ଘ, ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା।
26ଆଉ, ତାହା, ତହିଁର ପୃଷ୍ଠ, ତହିଁର ଚାରି ପାର୍ଶ୍ୱ ଓ ତହିଁର ଶୃଙ୍ଗସକଳ ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ; ପୁଣି, ସେ ତହିଁର ଚାରିଆଡ଼େ ସୁବର୍ଣ୍ଣର କାନ୍ଥି କଲେ।
27ପୁଣି, ତହିଁର ବହନାର୍ଥକ ସାଙ୍ଗୀର ଘରା ନିମନ୍ତେ ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣରେ ସୁବର୍ଣ୍ଣର ଦୁଇ ଦୁଇ କଡ଼ା ନିର୍ମାଣ କଲେ।