ଯାତ୍ରା ପୁସ୍ତକ 37

ପୁଣି, ତହିଁର ବହନାର୍ଥକ ସାଙ୍ଗୀର ଘରା ନିମନ୍ତେ ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣରେ ସୁବର୍ଣ୍ଣର ଦୁଇ ଦୁଇ କଡ଼ା ନିର୍ମାଣ କଲେ।

Exodus 37:27 (UKJV) And he made two rings of gold for it under the crown thereof, by the two corners of it, upon the two sides thereof, to be places for the staves to bear it likewise.

25ଏଥିଉତ୍ତାରେ ସେ ଶିଟୀମ୍‍ କାଷ୍ଠରେ ଏକ ହସ୍ତ ଦୀର୍ଘ, ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା।

26ଆଉ, ତାହା, ତହିଁର ପୃଷ୍ଠ, ତହିଁର ଚାରି ପାର୍ଶ୍ୱ ଓ ତହିଁର ଶୃଙ୍ଗସକଳ ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ; ପୁଣି, ସେ ତହିଁର ଚାରିଆଡ଼େ ସୁବର୍ଣ୍ଣର କାନ୍ଥି କଲେ।

27ପୁଣି, ତହିଁର ବହନାର୍ଥକ ସାଙ୍ଗୀର ଘରା ନିମନ୍ତେ ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣରେ ସୁବର୍ଣ୍ଣର ଦୁଇ ଦୁଇ କଡ଼ା ନିର୍ମାଣ କଲେ।

28ଆଉ ଶିଟୀମ୍‍ କାଷ୍ଠରେ ସାଙ୍ଗୀ କଲେ ଓ ତାହା ସୁବର୍ଣ୍ଣରେ ମଡ଼ାଇଲେ।

29ଏଉତ୍ତାରେ ସେ ଅଭିଷେକାର୍ଥକ ପବିତ୍ର ତୈଳ ଓ ଧୂପ ନିମନ୍ତେ ଗନ୍ଧବଣିକର କ୍ରିୟାନୁଯାୟୀ ସୁଗନ୍ଧି ଦ୍ରବ୍ୟ ପ୍ରସ୍ତୁତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.