1ଏଥିଉତ୍ତାରେ ବତ୍ସଲେଲ ଶିଟୀମ୍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେ
2ଓ ତହିଁର ଭିତର ଓ ବାହାର ନିର୍ମଳ ସୁବର୍ଣ୍ଣରେ ମଡ଼ାଇ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।
3ପୁଣି, ତହିଁର ଚାରି କୋଣ ନିମନ୍ତେ ଚାରି ସ୍ୱର୍ଣ୍ଣକଡ଼ା ଢାଳିଲେ; ତହିଁର ଏକ ପାର୍ଶ୍ୱରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ୱରେ ଦୁଇ କଡ଼ା ଦେଲେ।
4ଆଉ ସେ ଶିଟୀମ୍ କାଷ୍ଠରେ ସାଙ୍ଗୀ କରି ସୁବର୍ଣ୍ଣ ମଡ଼ାଇଲେ
5ଓ ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇଲେ।