3ପୁଣି, ତହିଁର ଚାରି କୋଣ ନିମନ୍ତେ ଚାରି ସ୍ୱର୍ଣ୍ଣକଡ଼ା ଢାଳିଲେ; ତହିଁର ଏକ ପାର୍ଶ୍ୱରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ୱରେ ଦୁଇ କଡ଼ା ଦେଲେ।
4ଆଉ ସେ ଶିଟୀମ୍ କାଷ୍ଠରେ ସାଙ୍ଗୀ କରି ସୁବର୍ଣ୍ଣ ମଡ଼ାଇଲେ
5ଓ ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇଲେ।
6ଏଉତ୍ତାରେ ସେ ନିର୍ମଳ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କଲେ।
7ପୁଣି, ପିଟା ସୁବର୍ଣ୍ଣରେ ଦୁଇ କିରୂବ ନିର୍ମାଣ କରି ପାପାଚ୍ଛାଦନର ଦୁଇ ମୁଣ୍ଡରେ ରଖିଲେ।