4ଆଉ ସେ ଶିଟୀମ୍ କାଷ୍ଠରେ ସାଙ୍ଗୀ କରି ସୁବର୍ଣ୍ଣ ମଡ଼ାଇଲେ
5ଓ ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇଲେ।
6ଏଉତ୍ତାରେ ସେ ନିର୍ମଳ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କଲେ।
7ପୁଣି, ପିଟା ସୁବର୍ଣ୍ଣରେ ଦୁଇ କିରୂବ ନିର୍ମାଣ କରି ପାପାଚ୍ଛାଦନର ଦୁଇ ମୁଣ୍ଡରେ ରଖିଲେ।
8ତହିଁର ଏକ ମୁଣ୍ଡରେ ଏକ କିରୂବ ଓ ଅନ୍ୟ ମୁଣ୍ଡରେ ଅନ୍ୟ କିରୂବ ସ୍ଥାପନ କଲେ; ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ।