9ଏଥିଉତ୍ତାରେ ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ; ଦକ୍ଷିଣ ଦିଗରେ ପ୍ରାଙ୍ଗଣର ଦକ୍ଷିଣ ପାର୍ଶ୍ୱରେ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ଶହ ହସ୍ତ ପରିମିତ ପରଦା କଲେ।
10ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର, ପୁଣି, ସେହି ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ଥିଲା।
11ଉତ୍ତର ଦିଗର ପରଦା ଏକ ଶହ ହସ୍ତ, ପୁଣି, ତହିଁର କୋଡ଼ିଏ ସ୍ତମ୍ଭ, କୋଡ଼ିଏ ଚୁଙ୍ଗୀ ପିତ୍ତଳର ଓ ସ୍ତମ୍ଭର ଆଙ୍କୁଡ଼ା ବନ୍ଧନୀ ରୂପାର ଥିଲା।
12ପଶ୍ଚିମ ପାର୍ଶ୍ୱର ପରଦା ପଚାଶ ହସ୍ତ ଥିଲା, ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ, ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ଥିଲା।
13ପୂର୍ବ ଦିଗରେ ପୂର୍ବ ପାର୍ଶ୍ୱ ନିମନ୍ତେ ପଚାଶ ହସ୍ତ ଥିଲା।