12ପଶ୍ଚିମ ପାର୍ଶ୍ୱର ପରଦା ପଚାଶ ହସ୍ତ ଥିଲା, ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ, ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ଥିଲା।
13ପୂର୍ବ ଦିଗରେ ପୂର୍ବ ପାର୍ଶ୍ୱ ନିମନ୍ତେ ପଚାଶ ହସ୍ତ ଥିଲା।
14ଦ୍ୱାରର ଏକ ପାର୍ଶ୍ୱ ନିମନ୍ତେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା;
15ତଦ୍ରୂପେ ଅନ୍ୟ ପାର୍ଶ୍ୱ ନିମନ୍ତେ ଥିଲା। ପ୍ରାଙ୍ଗଣ-ଦ୍ୱାର ସନ୍ନିକଟ ଏ ପାର୍ଶ୍ୱରେ ଓ ସେ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।
16ପ୍ରାଙ୍ଗଣର ଚତୁର୍ଦ୍ଦିଗର ସକଳ ପରଦା ବଳା ଶୁଭ୍ର କ୍ଷୌମସୂତ୍ରରେ ନିର୍ମିତ ଥିଲା।