17ପୁଣି, ସ୍ତମ୍ଭର ଚୁଙ୍ଗୀସବୁ ପିତ୍ତଳର ଥିଲା; ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର; ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ; ପୁଣି, ରୂପା-ବନ୍ଧନୀରେ ପ୍ରାଙ୍ଗଣର ସକଳ ସ୍ତମ୍ଭ ସଂଯୁକ୍ତ ଥିଲା।
18ଆଉ, ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ ଓ ପ୍ରାଙ୍ଗଣର ପରଦା ତୁଲ୍ୟ ତାହା ଦୀର୍ଘରେ କୋଡ଼ିଏ ହସ୍ତ ଓ ପ୍ରସ୍ଥରେ ପାଞ୍ଚ ହସ୍ତ ଉଚ୍ଚ ଥିଲା।
19ପୁଣି, ତହିଁର ପିତ୍ତଳର ଚାରି ସ୍ତମ୍ଭ, ଚାରି ଚୁଙ୍ଗୀ, ରୂପାର ଆଙ୍କୁଡ଼ା ଓ ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ ଓ ବନ୍ଧନୀ ରୂପାର ଥିଲା।
20ପୁଣି, ଆବାସର ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର କଣ୍ଟାସବୁ ପିତ୍ତଳର ଥିଲା।
21ଲେବୀୟ ଲୋକମାନଙ୍କର କାର୍ଯ୍ୟ ନିମନ୍ତେ ହାରୋଣ ଯାଜକଙ୍କର ପୁତ୍ର ଈଥାମରଙ୍କ ଦ୍ୱାରା ମୋଶାଙ୍କର ଆଜ୍ଞାନୁସାରେ ଆବାସର, ଅର୍ଥାତ୍, ସାକ୍ଷ୍ୟରୂପେ ଆବାସର ଗଣନୀୟ ବସ୍ତୁ ସମୂହର ଏହି ଗଣନା କରାଗଲା।