ଯାତ୍ରା ପୁସ୍ତକ 38

ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ ନିର୍ମାଣ କରି ପିତ୍ତଳ ମଡ଼ାଇଲେ; ସେହି ଶୃଙ୍ଗସବୁ ତହିଁର ଅଂଶ ହେଲା।

Exodus 38:2 (UKJV) And he made the horns thereof on the four corners of it; the horns thereof were of the same: and he overlaid it with brass.

1ଏଥିଉତ୍ତାରେ ସେ ଶିଟୀମ୍‍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥ ଓ ତିନି ହସ୍ତ ଉଚ୍ଚ ଏକ ଚତୁଷ୍କୋଣ ହୋମବେଦି ନିର୍ମାଣ କଲେ।

2ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ ନିର୍ମାଣ କରି ପିତ୍ତଳ ମଡ଼ାଇଲେ; ସେହି ଶୃଙ୍ଗସବୁ ତହିଁର ଅଂଶ ହେଲା।

3ଆଉ ସେ ବେଦିର ସମସ୍ତ ପାତ୍ର, ଅର୍ଥାତ୍‍, ଭସ୍ମଧାନୀ, କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ, ଏହି ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କଲେ।

4ଏହି ବେଦିର ବେଢ଼ ତଳେ ନିମ୍ନରୁ ମଧ୍ୟ ପର୍ଯ୍ୟନ୍ତ ପିତ୍ତଳ ନିର୍ମିତ ଜାଲି ଝାଞ୍ଜିରୀ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.