ଯାତ୍ରା ପୁସ୍ତକ 38

ପୁଣି, ଆବାସର ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର କଣ୍ଟାସବୁ ପିତ୍ତଳର ଥିଲା।

Exodus 38:20 (UKJV) And all the pins of the tabernacle, and of the court round about, were of brass.

18ଆଉ, ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ ଓ ପ୍ରାଙ୍ଗଣର ପରଦା ତୁଲ୍ୟ ତାହା ଦୀର୍ଘରେ କୋଡ଼ିଏ ହସ୍ତ ଓ ପ୍ରସ୍ଥରେ ପାଞ୍ଚ ହସ୍ତ ଉଚ୍ଚ ଥିଲା।

19ପୁଣି, ତହିଁର ପିତ୍ତଳର ଚାରି ସ୍ତମ୍ଭ, ଚାରି ଚୁଙ୍ଗୀ, ରୂପାର ଆଙ୍କୁଡ଼ା ଓ ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ ଓ ବନ୍ଧନୀ ରୂପାର ଥିଲା।

20ପୁଣି, ଆବାସର ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର କଣ୍ଟାସବୁ ପିତ୍ତଳର ଥିଲା।

21ଲେବୀୟ ଲୋକମାନଙ୍କର କାର୍ଯ୍ୟ ନିମନ୍ତେ ହାରୋଣ ଯାଜକଙ୍କର ପୁତ୍ର ଈଥାମରଙ୍କ ଦ୍ୱାରା ମୋଶାଙ୍କର ଆଜ୍ଞାନୁସାରେ ଆବାସର, ଅର୍ଥାତ୍‍, ସାକ୍ଷ୍ୟରୂପେ ଆବାସର ଗଣନୀୟ ବସ୍ତୁ ସମୂହର ଏହି ଗଣନା କରାଗଲା।

22ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯିହୁଦା ବଂଶଜାତ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ସେସବୁ ନିର୍ମାଣ କରିଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.