ଯାତ୍ରା ପୁସ୍ତକ 38

ପବିତ୍ର ସ୍ଥାନ ନିର୍ମାଣର ସମସ୍ତ କାର୍ଯ୍ୟରେ ଏହିସବୁ ସୁବର୍ଣ୍ଣ ଲାଗିଲା, ଅର୍ଥାତ୍‍, ନୈବେଦ୍ୟର; ସମସ୍ତ ସ୍ୱର୍ଣ୍ଣ ପବିତ୍ର ସ୍ଥାନର ଶେକଲାନୁସାରେ ଅଣତିରିଶ ତାଳନ୍ତ ସାତ ଶହ ତିରିଶ ଶେକଲ ଥିଲା।

Exodus 38:24 (UKJV) All the gold that was occupied for the work in all the work of the holy place, even the gold of the offering, was twenty and nine talents, and seven hundred and thirty shekels, after the shekel of the sanctuary.

22ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯିହୁଦା ବଂଶଜାତ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ସେସବୁ ନିର୍ମାଣ କରିଥିଲେ।

23ଆଉ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକାରୀ, ଖୋଦକ ଓ ବିଜ୍ଞ ତନ୍ତୁବାୟ ଦାନ୍ ବଂଶଜାତ ଅହୀଷାମକଙ୍କ ପୁତ୍ର ଅହଲୀୟାବ ସହକାରୀ ଥିଲେ।

24ପବିତ୍ର ସ୍ଥାନ ନିର୍ମାଣର ସମସ୍ତ କାର୍ଯ୍ୟରେ ଏହିସବୁ ସୁବର୍ଣ୍ଣ ଲାଗିଲା, ଅର୍ଥାତ୍‍, ନୈବେଦ୍ୟର; ସମସ୍ତ ସ୍ୱର୍ଣ୍ଣ ପବିତ୍ର ସ୍ଥାନର ଶେକଲାନୁସାରେ ଅଣତିରିଶ ତାଳନ୍ତ ସାତ ଶହ ତିରିଶ ଶେକଲ ଥିଲା।

25ପୁଣି, ମଣ୍ଡଳୀର ଗଣିତ ଲୋକଙ୍କର ରୂପା ପବିତ୍ର ସ୍ଥାନର ଶେକଲାନୁସାରେ ଏକ ଶହ ତାଳନ୍ତ ଏକ ସହସ୍ର ସାତ ଶହ ପଞ୍ଚସ୍ତରି ଶେକଲ ଥିଲା।

26ପ୍ରତ୍ୟେକ ଗଣିତ ଲୋକଙ୍କ ନିମନ୍ତେ, ଅର୍ଥାତ୍‍, ଯେଉଁମାନେ ବିଂଶତି ବର୍ଷ ବୟସ୍କ ଅବା ତହିଁରୁ ଅଧିକ ବୟସ୍କ ଥିଲେ, ସେହି ଛଅ ଲକ୍ଷ ତିନି ସହସ୍ର ପାଞ୍ଚ ଶହ ପଚାଶ ଲୋକଙ୍କ ମଧ୍ୟରୁ ପ୍ରତ୍ୟେକ ଜଣ ନିମନ୍ତେ ଏକ ଏକ ବେକା, ଅର୍ଥାତ୍‍, ପବିତ୍ର ସ୍ଥାନର ଶେକଲାନୁସାରେ ଅର୍ଦ୍ଧ ଅର୍ଦ୍ଧ ଶେକଲ ଦେବାକୁ ହୋଇଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.