2ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ ନିର୍ମାଣ କରି ପିତ୍ତଳ ମଡ଼ାଇଲେ; ସେହି ଶୃଙ୍ଗସବୁ ତହିଁର ଅଂଶ ହେଲା।
3ଆଉ ସେ ବେଦିର ସମସ୍ତ ପାତ୍ର, ଅର୍ଥାତ୍, ଭସ୍ମଧାନୀ, କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ, ଏହି ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କଲେ।
4ଏହି ବେଦିର ବେଢ଼ ତଳେ ନିମ୍ନରୁ ମଧ୍ୟ ପର୍ଯ୍ୟନ୍ତ ପିତ୍ତଳ ନିର୍ମିତ ଜାଲି ଝାଞ୍ଜିରୀ କଲେ।
5ପୁଣି, ସାଙ୍ଗୀର ଘରା ନିମନ୍ତେ ସେହି ପିତ୍ତଳ ଝାଞ୍ଜିରୀର ଚାରି କୋଣରେ ଚାରି କଡ଼ା ଢାଳିଲେ।
6ଆଉ, ସେ ଶିଟୀମ୍ କାଷ୍ଠରେ ସେହି ସାଙ୍ଗୀ ନିର୍ମାଣ କରି ପିତ୍ତଳରେ ମଡ଼ାଇଲେ।