ଯାତ୍ରା ପୁସ୍ତକ 38

ଆଉ, ସେ ଶିଟୀମ୍‍ କାଷ୍ଠରେ ସେହି ସାଙ୍ଗୀ ନିର୍ମାଣ କରି ପିତ୍ତଳରେ ମଡ଼ାଇଲେ।

Exodus 38:6 (UKJV) And he made the staves of shittim wood, and overlaid them with brass.

4ଏହି ବେଦିର ବେଢ଼ ତଳେ ନିମ୍ନରୁ ମଧ୍ୟ ପର୍ଯ୍ୟନ୍ତ ପିତ୍ତଳ ନିର୍ମିତ ଜାଲି ଝାଞ୍ଜିରୀ କଲେ।

5ପୁଣି, ସାଙ୍ଗୀର ଘରା ନିମନ୍ତେ ସେହି ପିତ୍ତଳ ଝାଞ୍ଜିରୀର ଚାରି କୋଣରେ ଚାରି କଡ଼ା ଢାଳିଲେ।

6ଆଉ, ସେ ଶିଟୀମ୍‍ କାଷ୍ଠରେ ସେହି ସାଙ୍ଗୀ ନିର୍ମାଣ କରି ପିତ୍ତଳରେ ମଡ଼ାଇଲେ।

7ବେଦି ବହନାର୍ଥେ ତହିଁର ପାର୍ଶ୍ୱ ଉପରେ ସେହି ସାଙ୍ଗୀ କଡ଼ାରେ ପ୍ରବେଶ କରାଇଲେ; ପୁଣି, ଫମ୍ପା ରଖି ପଟାରେ ବେଦି ନିର୍ମାଣ କଲେ।

8ଆଉ, ଯେଉଁ ସ୍ତ୍ରୀଗଣ ସମାଗମ-ତମ୍ବୁର ଦ୍ୱାର ସମୀପରେ ସେବା କଲେ, ସେହି ସେବାକାରିଣୀ ସ୍ତ୍ରୀଗଣର ପିତ୍ତଳ ନିର୍ମିତ ଦର୍ପଣ ଦ୍ୱାରା ସେ ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ନିର୍ମାଣ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.