9ତାହା ଚତୁଷ୍କୋଣ ଥିଲା, ଅର୍ଥାତ୍, ସେମାନେ ସେହି ବୁକୁପଟା ଦୋହରା କରି ଏକ ଚାଖଣ୍ଡ ଦୀର୍ଘ ଓ ଏକ ଚାଖଣ୍ଡ ପ୍ରସ୍ଥ କଲେ।
10ପୁଣି, ତାହା ଚାରି ଧାଡ଼ି ମଣିରେ ଖଚିତ କଲେ; ତହିଁର ପ୍ରଥମ ଧାଡ଼ିରେ ଚୁଣି, ପୀତମଣି ଓ ମରକତ,
11ଦ୍ୱିତୀୟ ଧାଡ଼ିରେ ପଦ୍ମରାଗ, ନୀଳକାନ୍ତ ଓ ହୀରକ,
12ତୃତୀୟ ଧାଡ଼ିରେ ପେରୋଜ, ଯିସ୍ମ ଓ କଟାହେଳା,
13ପୁଣି, ଚତୁର୍ଥ ଧାଡ଼ିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ ମଣି ଥିଲା; ଏହିସବୁ ମଣି ସ୍ୱର୍ଣ୍ଣାଧାରରେ ବସାଗଲା।