14ପୁଣି, ଇସ୍ରାଏଲ-ପୁତ୍ରମାନଙ୍କ ନାମାଙ୍କିତ ଏହିସବୁ ମଣି ସେମାନଙ୍କ ନାମାନୁସାରେ ଦ୍ୱାଦଶ ହେଲା ଓ ମୁଦ୍ରାନ୍ୟାୟ ଏକ ଏକ ମଣିରେ ଦ୍ୱାଦଶ ବଂଶର ଏକ ଏକ ନାମ ରହିଲା।
15ଏଉତ୍ତାରେ ସେମାନେ ବୁକୁପଟାରେ ନିର୍ମଳ ସୁବର୍ଣ୍ଣ ଦ୍ୱାରା ମାଳା ତୁଲ୍ୟ ମୋଡ଼ା ଜଞ୍ଜିର ନିର୍ମାଣ କଲେ।
16ଦୁଇ ସ୍ୱର୍ଣ୍ଣାଧାରା ଓ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇଲେ।
17ଆଉ ବୁକୁପଟାର ପ୍ରାନ୍ତସ୍ଥିତ ଦୁଇ କଡ଼ା ମଧ୍ୟରେ ସେହି ଦୁଇ ମୋଡ଼ା ସ୍ୱର୍ଣ୍ଣ ଜଞ୍ଜିର ଲଗାଇଲେ।
18ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ-ବସ୍ତ୍ର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିଲେ।