16ଦୁଇ ସ୍ୱର୍ଣ୍ଣାଧାରା ଓ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇଲେ।
17ଆଉ ବୁକୁପଟାର ପ୍ରାନ୍ତସ୍ଥିତ ଦୁଇ କଡ଼ା ମଧ୍ୟରେ ସେହି ଦୁଇ ମୋଡ଼ା ସ୍ୱର୍ଣ୍ଣ ଜଞ୍ଜିର ଲଗାଇଲେ।
18ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ-ବସ୍ତ୍ର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିଲେ।
19ପୁଣି, ସେମାନେ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦର ସମ୍ମୁଖସ୍ଥ ଭିତର ଭାଗରେ ରଖିଲେ।
20ସେମାନେ ଆଉ ଦୁଇ ସ୍ୱର୍ଣ୍ଣକଡ଼ା କରି ଏଫୋଦର ଦୁଇ ସ୍କନ୍ଧପଟି ତଳେ ତହିଁ ସମ୍ମୁଖ ଭାଗର ଯୋଡ଼ ସ୍ଥାନରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିଲେ।