18ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ-ବସ୍ତ୍ର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିଲେ।
19ପୁଣି, ସେମାନେ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦର ସମ୍ମୁଖସ୍ଥ ଭିତର ଭାଗରେ ରଖିଲେ।
20ସେମାନେ ଆଉ ଦୁଇ ସ୍ୱର୍ଣ୍ଣକଡ଼ା କରି ଏଫୋଦର ଦୁଇ ସ୍କନ୍ଧପଟି ତଳେ ତହିଁ ସମ୍ମୁଖ ଭାଗର ଯୋଡ଼ ସ୍ଥାନରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିଲେ।
21ଆଉ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଦ କରି ରଖିଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କରାଗଲା।
22ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ବୁଣା କର୍ମରେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳବର୍ଣ୍ଣ କଲେ।