ଯାତ୍ରା ପୁସ୍ତକ 39

ପୁଣି, ସେମାନେ ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ବଳା ସୂତ୍ରରେ ଡାଳିମ୍ବ ନିର୍ମାଣ କଲେ।

Exodus 39:24 (UKJV) And they made upon the hems of the robe pomegranates of blue, and purple, and scarlet, and twined linen.

22ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ବୁଣା କର୍ମରେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳବର୍ଣ୍ଣ କଲେ।

23ସେହି ଚୋଗାର ମଧ୍ୟସ୍ଥଳରେ ସାଞ୍ଜୁଆର ଗଳଦେଶ ନ୍ୟାୟ ଛିଦ୍ର ଥିଲା; ତାହା ଯେପରି ଛିଣ୍ଡି ନ ଯାଏ, ଏଥିପାଇଁ ସେହି ଗଳାର ଚାରିପାଖରେ ବୁଣାକର୍ମ ଥିଲା।

24ପୁଣି, ସେମାନେ ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ବଳା ସୂତ୍ରରେ ଡାଳିମ୍ବ ନିର୍ମାଣ କଲେ।

25ଆଉ ସେମାନେ ଡାଳିମ୍ବ ମଧ୍ୟରେ ନିର୍ମଳ ସ୍ୱର୍ଣ୍ଣ ଦ୍ୱାରା ଘଣ୍ଟି କରି ଚୋଗା ଅଞ୍ଚଳର ଚାରିଆଡ଼ରେ ଡାଳିମ୍ବର ମଧ୍ୟେ ମଧ୍ୟେ ରଖିଲେ;

26ଅର୍ଥାତ୍‍, ସେବାକରଣାର୍ଥକ ଚୋଗା ଅଞ୍ଚଳର ଚାରିଆଡ଼ରେ ଏକ ଘଣ୍ଟି ଉତ୍ତାରେ ଏକ ଡାଳିମ୍ବ ଓ ଏକ ଘଣ୍ଟି ଉତ୍ତାରେ ଏକ ଡାଳିମ୍ବ, ଏହିରୂପେ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.