23ସେହି ଚୋଗାର ମଧ୍ୟସ୍ଥଳରେ ସାଞ୍ଜୁଆର ଗଳଦେଶ ନ୍ୟାୟ ଛିଦ୍ର ଥିଲା; ତାହା ଯେପରି ଛିଣ୍ଡି ନ ଯାଏ, ଏଥିପାଇଁ ସେହି ଗଳାର ଚାରିପାଖରେ ବୁଣାକର୍ମ ଥିଲା।
24ପୁଣି, ସେମାନେ ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ବଳା ସୂତ୍ରରେ ଡାଳିମ୍ବ ନିର୍ମାଣ କଲେ।
25ଆଉ ସେମାନେ ଡାଳିମ୍ବ ମଧ୍ୟରେ ନିର୍ମଳ ସ୍ୱର୍ଣ୍ଣ ଦ୍ୱାରା ଘଣ୍ଟି କରି ଚୋଗା ଅଞ୍ଚଳର ଚାରିଆଡ଼ରେ ଡାଳିମ୍ବର ମଧ୍ୟେ ମଧ୍ୟେ ରଖିଲେ;
26ଅର୍ଥାତ୍, ସେବାକରଣାର୍ଥକ ଚୋଗା ଅଞ୍ଚଳର ଚାରିଆଡ଼ରେ ଏକ ଘଣ୍ଟି ଉତ୍ତାରେ ଏକ ଡାଳିମ୍ବ ଓ ଏକ ଘଣ୍ଟି ଉତ୍ତାରେ ଏକ ଡାଳିମ୍ବ, ଏହିରୂପେ କଲେ।
27ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ହାରୋଣ ଓ ତାଙ୍କର ପୁତ୍ରଗଣ ନିମନ୍ତେ ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ତନ୍ତୁବାୟ ନିର୍ମିତ ଜାମା