25ଆଉ ସେମାନେ ଡାଳିମ୍ବ ମଧ୍ୟରେ ନିର୍ମଳ ସ୍ୱର୍ଣ୍ଣ ଦ୍ୱାରା ଘଣ୍ଟି କରି ଚୋଗା ଅଞ୍ଚଳର ଚାରିଆଡ଼ରେ ଡାଳିମ୍ବର ମଧ୍ୟେ ମଧ୍ୟେ ରଖିଲେ;
26ଅର୍ଥାତ୍, ସେବାକରଣାର୍ଥକ ଚୋଗା ଅଞ୍ଚଳର ଚାରିଆଡ଼ରେ ଏକ ଘଣ୍ଟି ଉତ୍ତାରେ ଏକ ଡାଳିମ୍ବ ଓ ଏକ ଘଣ୍ଟି ଉତ୍ତାରେ ଏକ ଡାଳିମ୍ବ, ଏହିରୂପେ କଲେ।
27ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ହାରୋଣ ଓ ତାଙ୍କର ପୁତ୍ରଗଣ ନିମନ୍ତେ ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ତନ୍ତୁବାୟ ନିର୍ମିତ ଜାମା
28ଓ ଶୁଭ୍ର କ୍ଷୌମସୂତ୍ର ନିର୍ମିତ ପଗଡ଼ି, ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଶିରୋଭୂଷଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଶୁକ୍ଳ ଜଙ୍ଘିଆ ପ୍ରସ୍ତୁତ କଲେ।
29ଆଉ ବଳା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ସୂଚି କର୍ମ ବିଶିଷ୍ଟ ଏକ କଟିବନ୍ଧନ ପ୍ରସ୍ତୁତ କଲେ।