1ଏଥିଉତ୍ତାରେ ଲୋକମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର ପ୍ରସ୍ତୁତ କଲେ, ଆଉ ହାରୋଣଙ୍କ ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କଲେ।
2ପୁଣି, ସେ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ଏଫୋଦ-ବସ୍ତ୍ର ପ୍ରସ୍ତୁତ କଲେ।
3ଅର୍ଥାତ୍, ସେମାନେ ସ୍ୱର୍ଣ୍ଣ ପିଟାଇ ପାତଳ ପତ୍ର କରି ଶିଳ୍ପକର୍ମ ଦ୍ୱାରା ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ମଧ୍ୟରେ ବୁଣିବା ପାଇଁ ତାହା କାଟି ଜରୀ କଲେ।
4ସେମାନେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି କଲେ; ତହିଁର ଦୁଇ ମୁଣ୍ଡରେ ପରସ୍ପର ଯୋଡ଼ ଦିଆଗଲା।
5ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଉପରିସ୍ଥ ଯେଉଁ ଚିତ୍ରିତ ପଟୁକା ତହିଁର ଅଂଶ ଥିଲା, ତାହା ମଧ୍ୟ ସେହି କର୍ମାନୁସାରେ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିର୍ମିତ ହେଲା।