ଯାତ୍ରା ପୁସ୍ତକ 39

ଏହି ପ୍ରକାରେ ସମାଗମ-ତମ୍ବୁରୂପ ଆବାସର ସମସ୍ତ କାର୍ଯ୍ୟ ସମାପ୍ତ ହେଲା; ଇସ୍ରାଏଲ-ସନ୍ତାନଗଣ ତାହା କଲେ, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ସମସ୍ତ କର୍ମ କଲେ।

Exodus 39:32 (UKJV) Thus was all the work of the tabernacle of the tent of the congregation finished: and the children of Israel did according to all that the LORD commanded Moses, so did they.

30ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ନିର୍ମଳ ସୁବର୍ଣ୍ଣରେ ପବିତ୍ର ମୁକୁଟର ପତ୍ର ପ୍ରସ୍ତୁତ କରି ଖୋଦିତ ମୁଦ୍ରାନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଏହା ଲେଖିଲେ।

31ପୁଣି, ଊର୍ଦ୍ଧ୍ୱରେ ପାଗ ଉପରେ ରଖିବା ନିମନ୍ତେ ତାହା ନୀଳ ସୂତ୍ରରେ ବାନ୍ଧିଲେ।

32ଏହି ପ୍ରକାରେ ସମାଗମ-ତମ୍ବୁରୂପ ଆବାସର ସମସ୍ତ କାର୍ଯ୍ୟ ସମାପ୍ତ ହେଲା; ଇସ୍ରାଏଲ-ସନ୍ତାନଗଣ ତାହା କଲେ, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ସମସ୍ତ କର୍ମ କଲେ।

33ଏଥିଉତ୍ତାରେ ସେମାନେ ମୋଶାଙ୍କ ନିକଟକୁ ସେହି ଆବାସ ଆଣିଲେ, ଅର୍ଥାତ୍‍, ତମ୍ବୁ ଓ ତହିଁର ସକଳ ପାତ୍ର, ଆଙ୍କୁଡ଼ା, ପଟା, ଅର୍ଗଳ, ଆଉ ସ୍ତମ୍ଭ ଓ ଚୁଙ୍ଗୀ;

34ପୁଣି, ରକ୍ତୀକୃତ ମେଷ ଚର୍ମ ନିର୍ମିତ ଛାତ ଓ ଶିଶୁକ ଚର୍ମ ନିର୍ମିତ ଛାତ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.