33ଏଥିଉତ୍ତାରେ ସେମାନେ ମୋଶାଙ୍କ ନିକଟକୁ ସେହି ଆବାସ ଆଣିଲେ, ଅର୍ଥାତ୍, ତମ୍ବୁ ଓ ତହିଁର ସକଳ ପାତ୍ର, ଆଙ୍କୁଡ଼ା, ପଟା, ଅର୍ଗଳ, ଆଉ ସ୍ତମ୍ଭ ଓ ଚୁଙ୍ଗୀ;
34ପୁଣି, ରକ୍ତୀକୃତ ମେଷ ଚର୍ମ ନିର୍ମିତ ଛାତ ଓ ଶିଶୁକ ଚର୍ମ ନିର୍ମିତ ଛାତ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର;
35ସାକ୍ଷ୍ୟ-ସିନ୍ଦୁକ, ତହିଁର ସାଙ୍ଗୀ ଓ ପାପାଚ୍ଛାଦନ ମେଜ,
36ତହିଁର ସକଳ ପାତ୍ର ଓ ଦର୍ଶନୀୟ ରୁଟି,
37ନିର୍ମଳ ଦୀପବୃକ୍ଷ, ତହିଁର ପ୍ରଦୀପ, ଅର୍ଥାତ୍, ପ୍ରଦୀପାବଳୀ ଓ ତହିଁର ସକଳ ପାତ୍ର ଓ ଦୀପାର୍ଥକ ତୈଳ;