36ତହିଁର ସକଳ ପାତ୍ର ଓ ଦର୍ଶନୀୟ ରୁଟି,
37ନିର୍ମଳ ଦୀପବୃକ୍ଷ, ତହିଁର ପ୍ରଦୀପ, ଅର୍ଥାତ୍, ପ୍ରଦୀପାବଳୀ ଓ ତହିଁର ସକଳ ପାତ୍ର ଓ ଦୀପାର୍ଥକ ତୈଳ;
38ଆଉ ସ୍ୱର୍ଣ୍ଣମୟ ବେଦି, ଅଭିଷେକାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ ଓ ତମ୍ବୁଦ୍ୱାରର ଆଚ୍ଛାଦନ ବସ୍ତ୍ର;
39ପିତ୍ତଳର ବେଦି ଓ ତହିଁର ପିତ୍ତଳ-ଝାଞ୍ଜିରୀ, ତହିଁର ସାଙ୍ଗୀ ଓ ସକଳ ପାତ୍ର, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି;
40ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ ଓ ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ମେଖ ଓ ସମାଗମ-ତମ୍ବୁ ନିମନ୍ତେ ଆବାସର କାର୍ଯ୍ୟ ସମ୍ବନ୍ଧୀୟ ସକଳ ପାତ୍ର;