ଯାତ୍ରା ପୁସ୍ତକ 39

ସେମାନେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି କଲେ; ତହିଁର ଦୁଇ ମୁଣ୍ଡରେ ପରସ୍ପର ଯୋଡ଼ ଦିଆଗଲା।

Exodus 39:4 (UKJV) They made shoulder pieces for it, to couple it together: by the two edges was it coupled together.

2ପୁଣି, ସେ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ଏଫୋଦ-ବସ୍ତ୍ର ପ୍ରସ୍ତୁତ କଲେ।

3ଅର୍ଥାତ୍‍, ସେମାନେ ସ୍ୱର୍ଣ୍ଣ ପିଟାଇ ପାତଳ ପତ୍ର କରି ଶିଳ୍ପକର୍ମ ଦ୍ୱାରା ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ମଧ୍ୟରେ ବୁଣିବା ପାଇଁ ତାହା କାଟି ଜରୀ କଲେ।

4ସେମାନେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି କଲେ; ତହିଁର ଦୁଇ ମୁଣ୍ଡରେ ପରସ୍ପର ଯୋଡ଼ ଦିଆଗଲା।

5ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଉପରିସ୍ଥ ଯେଉଁ ଚିତ୍ରିତ ପଟୁକା ତହିଁର ଅଂଶ ଥିଲା, ତାହା ମଧ୍ୟ ସେହି କର୍ମାନୁସାରେ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିର୍ମିତ ହେଲା।

6ଆହୁରି ସେମାନେ ଇସ୍ରାଏଲ-ପୁତ୍ରଗଣର ନାମାନୁସାରେ ଖୋଦିତ ମୁଦ୍ରାନ୍ୟାୟ ଖୋଦିତ ଓ ସ୍ୱର୍ଣ୍ଣାଧାରରେ ଖଚିତ ଦୁଇ ଗୋମେଦକ ମଣି ପ୍ରସ୍ତୁତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.