ଯାତ୍ରା ପୁସ୍ତକ 39

ପବିତ୍ର ସ୍ଥାନରେ ସେବାକରଣାର୍ଥକ ସୁଶୋଭିତ ବସ୍ତ୍ର, ଅର୍ଥାତ୍‍, ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରମାନଙ୍କର ଯାଜକ କର୍ମ ସମ୍ବନ୍ଧୀୟ ବସ୍ତ୍ର,

Exodus 39:41 (UKJV) The cloths of service to do service in the holy place, and the holy garments for Aaron the priest, and his sons' garments, to minister in the priest's office.

39ପିତ୍ତଳର ବେଦି ଓ ତହିଁର ପିତ୍ତଳ-ଝାଞ୍ଜିରୀ, ତହିଁର ସାଙ୍ଗୀ ଓ ସକଳ ପାତ୍ର, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି;

40ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ ଓ ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ମେଖ ଓ ସମାଗମ-ତମ୍ବୁ ନିମନ୍ତେ ଆବାସର କାର୍ଯ୍ୟ ସମ୍ବନ୍ଧୀୟ ସକଳ ପାତ୍ର;

41ପବିତ୍ର ସ୍ଥାନରେ ସେବାକରଣାର୍ଥକ ସୁଶୋଭିତ ବସ୍ତ୍ର, ଅର୍ଥାତ୍‍, ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରମାନଙ୍କର ଯାଜକ କର୍ମ ସମ୍ବନ୍ଧୀୟ ବସ୍ତ୍ର,

42ଇତ୍ୟାଦି ଯେଉଁ ଯେଉଁ କାର୍ଯ୍ୟ କରିବାକୁ ମୋଶାଙ୍କ ପ୍ରତି ସଦାପ୍ରଭୁ ଆଜ୍ଞା ଦେଇଥିଲେ, ଇସ୍ରାଏଲ-ସନ୍ତାନଗଣ ତାହାସବୁ ସମ୍ପନ୍ନ କଲେ।

43ଏଥିରେ ମୋଶା ସେହି ସମସ୍ତ କାର୍ଯ୍ୟ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସେମାନେ ସବୁ କରିଅଛନ୍ତି; ସଦାପ୍ରଭୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ସେହିପରି ସବୁ କରିଥିଲେ; ତହିଁରେ ମୋଶା ସେମାନଙ୍କୁ ଆଶୀର୍ବାଦ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.