40ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ ଓ ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ମେଖ ଓ ସମାଗମ-ତମ୍ବୁ ନିମନ୍ତେ ଆବାସର କାର୍ଯ୍ୟ ସମ୍ବନ୍ଧୀୟ ସକଳ ପାତ୍ର;
41ପବିତ୍ର ସ୍ଥାନରେ ସେବାକରଣାର୍ଥକ ସୁଶୋଭିତ ବସ୍ତ୍ର, ଅର୍ଥାତ୍, ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରମାନଙ୍କର ଯାଜକ କର୍ମ ସମ୍ବନ୍ଧୀୟ ବସ୍ତ୍ର,
42ଇତ୍ୟାଦି ଯେଉଁ ଯେଉଁ କାର୍ଯ୍ୟ କରିବାକୁ ମୋଶାଙ୍କ ପ୍ରତି ସଦାପ୍ରଭୁ ଆଜ୍ଞା ଦେଇଥିଲେ, ଇସ୍ରାଏଲ-ସନ୍ତାନଗଣ ତାହାସବୁ ସମ୍ପନ୍ନ କଲେ।
43ଏଥିରେ ମୋଶା ସେହି ସମସ୍ତ କାର୍ଯ୍ୟ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସେମାନେ ସବୁ କରିଅଛନ୍ତି; ସଦାପ୍ରଭୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ସେହିପରି ସବୁ କରିଥିଲେ; ତହିଁରେ ମୋଶା ସେମାନଙ୍କୁ ଆଶୀର୍ବାଦ କଲେ।