5ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଉପରିସ୍ଥ ଯେଉଁ ଚିତ୍ରିତ ପଟୁକା ତହିଁର ଅଂଶ ଥିଲା, ତାହା ମଧ୍ୟ ସେହି କର୍ମାନୁସାରେ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିର୍ମିତ ହେଲା।
6ଆହୁରି ସେମାନେ ଇସ୍ରାଏଲ-ପୁତ୍ରଗଣର ନାମାନୁସାରେ ଖୋଦିତ ମୁଦ୍ରାନ୍ୟାୟ ଖୋଦିତ ଓ ସ୍ୱର୍ଣ୍ଣାଧାରରେ ଖଚିତ ଦୁଇ ଗୋମେଦକ ମଣି ପ୍ରସ୍ତୁତ କଲେ।
7ପୁଣି, ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଦୁଇ ସ୍କନ୍ଧପଟି ଉପରେ ଇସ୍ରାଏଲ-ପୁତ୍ରମାନଙ୍କ ସ୍ମରଣାର୍ଥକ ମଣି ରୂପେ ତାହା ବସାଇଲେ।
8ଏଥିଉତ୍ତାରେ ସେ ଏଫୋଦର କର୍ମନ୍ୟାୟ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିପୁଣ ଶିଳ୍ପକାରର କର୍ମରେ ବୁକୁପଟା ନିର୍ମାଣ କଲେ।
9ତାହା ଚତୁଷ୍କୋଣ ଥିଲା, ଅର୍ଥାତ୍, ସେମାନେ ସେହି ବୁକୁପଟା ଦୋହରା କରି ଏକ ଚାଖଣ୍ଡ ଦୀର୍ଘ ଓ ଏକ ଚାଖଣ୍ଡ ପ୍ରସ୍ଥ କଲେ।