ଯାତ୍ରା ପୁସ୍ତକ 39

ତାହା ଚତୁଷ୍କୋଣ ଥିଲା, ଅର୍ଥାତ୍‍, ସେମାନେ ସେହି ବୁକୁପଟା ଦୋହରା କରି ଏକ ଚାଖଣ୍ଡ ଦୀର୍ଘ ଓ ଏକ ଚାଖଣ୍ଡ ପ୍ରସ୍ଥ କଲେ।

Exodus 39:9 (UKJV) It was foursquare; they made the breastplate double: a span was the length thereof, and a span the breadth thereof, being doubled.

7ପୁଣି, ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଦୁଇ ସ୍କନ୍ଧପଟି ଉପରେ ଇସ୍ରାଏଲ-ପୁତ୍ରମାନଙ୍କ ସ୍ମରଣାର୍ଥକ ମଣି ରୂପେ ତାହା ବସାଇଲେ।

8ଏଥିଉତ୍ତାରେ ସେ ଏଫୋଦର କର୍ମନ୍ୟାୟ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିପୁଣ ଶିଳ୍ପକାରର କର୍ମରେ ବୁକୁପଟା ନିର୍ମାଣ କଲେ।

9ତାହା ଚତୁଷ୍କୋଣ ଥିଲା, ଅର୍ଥାତ୍‍, ସେମାନେ ସେହି ବୁକୁପଟା ଦୋହରା କରି ଏକ ଚାଖଣ୍ଡ ଦୀର୍ଘ ଓ ଏକ ଚାଖଣ୍ଡ ପ୍ରସ୍ଥ କଲେ।

10ପୁଣି, ତାହା ଚାରି ଧାଡ଼ି ମଣିରେ ଖଚିତ କଲେ; ତହିଁର ପ୍ରଥମ ଧାଡ଼ିରେ ଚୁଣି, ପୀତମଣି ଓ ମରକତ,

11ଦ୍ୱିତୀୟ ଧାଡ଼ିରେ ପଦ୍ମରାଗ, ନୀଳକାନ୍ତ ଓ ହୀରକ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.