ଯାତ୍ରା ପୁସ୍ତକ 4

ଏଥିରେ ମୋଶା ଉତ୍ତର କଲେ, “ଦେଖନ୍ତୁ, ସେମାନେ ମୋତେ ବିଶ୍ୱାସ କରିବେ ନାହିଁ ଓ ମୋʼ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ‘ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି?’”

Exodus 4:1 (UKJV) And Moses answered and said, But, behold, they will not believe me, nor hearken unto my voice: for they will say, The LORD has not appeared unto you.

1ଏଥିରେ ମୋଶା ଉତ୍ତର କଲେ, “ଦେଖନ୍ତୁ, ସେମାନେ ମୋତେ ବିଶ୍ୱାସ କରିବେ ନାହିଁ ଓ ମୋʼ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ‘ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି?’”

2ତେବେ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ହସ୍ତରେ କʼଣ ଅଛି?” ସେ କହିଲେ, “ଯଷ୍ଟି।”

3ତହୁଁ ସଦାପ୍ରଭୁ କହିଲେ, “ତାକୁ ଭୂମିରେ ପକାଅ।” ତେଣୁ ସେ ତାକୁ ଭୂମିରେ ପକାନ୍ତେ, ତାହା ସର୍ପ ହେଲା; ତହିଁରେ ମୋଶା ତାହା ଆଗରୁ ପଳାଇଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.