ଯାତ୍ରା ପୁସ୍ତକ 4

ତହିଁରେ ସଦାପ୍ରଭୁ ତାହାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଅଛନ୍ତି? ପୁଣି, ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରନ୍ତି? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ?

Exodus 4:11 (UKJV) And the LORD said unto him, Who has made man's mouth? or who makes the dumb, or deaf, or the seeing, or the blind? have not I the LORD?

9ଏହି ଦୁଇ ଚିହ୍ନରେ ଯଦି ସେମାନେ ବିଶ୍ୱାସ ନ କରିବେ ଓ ତୁମ୍ଭ ରବରେ ମନୋଯୋଗ ନ କରିବେ, ତେବେ ତୁମ୍ଭେ ନୀଳ ନଦୀରୁ ଜଳ କିଛି ନେଇ ଶୁଷ୍କ ଭୂମିରେ ଢାଳ; ତହିଁରେ ତୁମ୍ଭେ ନଦୀରୁ ଯେଉଁ ଜଳ ଆଣିବ, ତାହା ଶୁଷ୍କ ଭୂମିରେ ରକ୍ତ ହେବ।

10ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ହେ ପ୍ରଭୋ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ। ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ୱ ଅଟେ।”

11ତହିଁରେ ସଦାପ୍ରଭୁ ତାହାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଅଛନ୍ତି? ପୁଣି, ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରନ୍ତି? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ?

12ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।”

13ତହିଁରେ ସେ କହିଲେ, “ହେ ପ୍ରଭୋ, ମୁଁ ବିନୟ କରୁଅଛି, ଯାହା ଦ୍ୱାରା ପଠାଇବାର ହୁଏ, ତାହା ଦ୍ୱାରା ପଠାନ୍ତୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.