ଯାତ୍ରା ପୁସ୍ତକ 4

ତୁମ୍ଭେ ତାହାକୁ କହିବ ଓ ତାହାର ମୁଖରେ ବାକ୍ୟ ଦେବ; ପୁଣି, ଆମ୍ଭେ ତୁମ୍ଭ ମୁଖର ଓ ତାହା ମୁଖର ସହବର୍ତ୍ତୀ ହୋଇ ତୁମ୍ଭମାନଙ୍କୁ କର୍ତ୍ତବ୍ୟ କର୍ମର ଶିକ୍ଷା ଦେବା।

Exodus 4:15 (UKJV) And you shall speak unto him, and put words in his mouth: and I will be with your mouth, and with his mouth, and will teach you what all of you shall do.

13ତହିଁରେ ସେ କହିଲେ, “ହେ ପ୍ରଭୋ, ମୁଁ ବିନୟ କରୁଅଛି, ଯାହା ଦ୍ୱାରା ପଠାଇବାର ହୁଏ, ତାହା ଦ୍ୱାରା ପଠାନ୍ତୁ।”

14ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତେଣୁ ସେ କହିଲେ, “ଲେବୀୟ ହାରୋଣ କି ତୁମ୍ଭର ଭାଇ ନୁହେଁ? ଆମ୍ଭେ ଜାଣୁ, ସେ ସୁବକ୍ତା। ଆଉ ଦେଖ, ସେ ତୁମ୍ଭ ସଙ୍ଗରେ ସାକ୍ଷାତ କରିବାକୁ ଆସୁଅଛି; ପୁଣି, ତୁମ୍ଭକୁ ଦେଖି ହୃଷ୍ଟଚିତ୍ତ ହେବ।

15ତୁମ୍ଭେ ତାହାକୁ କହିବ ଓ ତାହାର ମୁଖରେ ବାକ୍ୟ ଦେବ; ପୁଣି, ଆମ୍ଭେ ତୁମ୍ଭ ମୁଖର ଓ ତାହା ମୁଖର ସହବର୍ତ୍ତୀ ହୋଇ ତୁମ୍ଭମାନଙ୍କୁ କର୍ତ୍ତବ୍ୟ କର୍ମର ଶିକ୍ଷା ଦେବା।

16ସେ ଲୋକମାନଙ୍କ ନିକଟରେ ତୁମ୍ଭର ପ୍ରତିନିଧି-ବକ୍ତା ହେବ; ସେ ତୁମ୍ଭର ମୁଖ ସ୍ୱରୂପ ହେବ ଓ ତୁମ୍ଭେ ତାହାର ପରମେଶ୍ୱର ତୁଲ୍ୟ ହେବ।

17ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ୱାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.