17ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ୱାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ।”
18ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନିକଟକୁ ବାହୁଡ଼ି ଯାଇ କହିଲେ, “ମୁଁ ବିନୟ କରୁଅଛି, ମିସରସ୍ଥିତ ମୋହର ଭ୍ରାତୃଗଣ ନିକଟକୁ ଏବେ ଫେରିଯିବା ପାଇଁ ଓ ସେମାନେ ଆଜିଯାଏ ବଞ୍ଚିଅଛନ୍ତି କି ନାହିଁ, ତାହା ଦେଖିବା ପାଇଁ ମୋତେ ଯିବାକୁ ଦିଅ।” ତହିଁରେ ଯିଥ୍ରୋ ମୋଶାଙ୍କୁ କହିଲେ, “କୁଶଳରେ ଯାଅ।”
19ଆଉ ସଦାପ୍ରଭୁ ମିଦୀୟନରେ ମୋଶାଙ୍କୁ କହିଥିଲେ, “ତୁମ୍ଭେ ମିସରକୁ ଫେରିଯାଅ; ଯେହେତୁ ଯେଉଁ ଲୋକମାନେ ତୁମ୍ଭ ପ୍ରାଣ ଅନ୍ୱେଷଣ କରୁଥିଲେ, ସେମାନେ ସମସ୍ତେ ମରିଅଛନ୍ତି।”
20ତହୁଁ ମୋଶା ଆପଣା ଭାର୍ଯ୍ୟା ଓ ପୁତ୍ରଗଣକୁ ଗଧ ଉପରେ ଚଢ଼ାଇ ମିସର ଦେଶକୁ ଫେରିଗଲେ; ପୁଣି, ସେ ଆପଣା ହସ୍ତରେ ପରମେଶ୍ୱରଙ୍କର ସେହି ଯଷ୍ଟି ନେଲେ।
21ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଯିବାକୁ ଦେବ ନାହିଁ।”