ଯାତ୍ରା ପୁସ୍ତକ 4

ତେବେ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ହସ୍ତରେ କʼଣ ଅଛି?” ସେ କହିଲେ, “ଯଷ୍ଟି।”

Exodus 4:2 (UKJV) And the LORD said unto him, What is that in yours hand? And he said, A rod.

1ଏଥିରେ ମୋଶା ଉତ୍ତର କଲେ, “ଦେଖନ୍ତୁ, ସେମାନେ ମୋତେ ବିଶ୍ୱାସ କରିବେ ନାହିଁ ଓ ମୋʼ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ‘ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି?’”

2ତେବେ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ହସ୍ତରେ କʼଣ ଅଛି?” ସେ କହିଲେ, “ଯଷ୍ଟି।”

3ତହୁଁ ସଦାପ୍ରଭୁ କହିଲେ, “ତାକୁ ଭୂମିରେ ପକାଅ।” ତେଣୁ ସେ ତାକୁ ଭୂମିରେ ପକାନ୍ତେ, ତାହା ସର୍ପ ହେଲା; ତହିଁରେ ମୋଶା ତାହା ଆଗରୁ ପଳାଇଗଲେ।

4ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେମାନଙ୍କ ପୂର୍ବପୁରୁଷଗଣର ସଦାପ୍ରଭୁ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ତୁମ୍ଭକୁ ଦର୍ଶନ ଦେଇଅଛନ୍ତି,” ଏହା ଯେପରି ସେମାନେ ବିଶ୍ୱାସ କରିବେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.