23ଆମ୍ଭେ ତୁମ୍ଭକୁ କହିଅଛୁ, ‘ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ିଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା।’”
24ଏଥିଉତ୍ତାରେ ପଥ ମଧ୍ୟରେ ଉତ୍ତରଣୀୟ ଗୃହରେ ସଦାପ୍ରଭୁ ତାଙ୍କୁ ପାଇ ବଧ କରିବାକୁ ଚେଷ୍ଟା କଲେ।
25ସେତେବେଳେ ସିପ୍ପୋରା ଏକ ତୀକ୍ଷ୍ଣ ଅସ୍ତ୍ର ଘେନି ଆପଣା ପୁତ୍ରକୁ ସୁନ୍ନତ କରି ତାହା ତାଙ୍କ ଚରଣ ତଳେ ପକାଇ କହିଲା, “ତୁମ୍ଭେ ନିତାନ୍ତ ମୋହର ରକ୍ତପ୍ରିୟ ବର।”
26ଏହିରୂପେ ପରମେଶ୍ୱର ତାଙ୍କୁ ଛାଡ଼ିଦେଲେ। ତହିଁରେ ସେ ସ୍ତ୍ରୀ କହିଲା, “ସୁନ୍ନତପ୍ରଯୁକ୍ତ ତୁମ୍ଭେ ରକ୍ତପ୍ରିୟ ବର ଅଟ।”
27ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ମୋଶା ସହିତ ସାକ୍ଷାତ କରିବା ନିମନ୍ତେ ପ୍ରାନ୍ତରକୁ ଯାଅ।” ତହୁଁ ସେ ଯାଇ ପରମେଶ୍ୱରଙ୍କ ପର୍ବତରେ ତାଙ୍କ ସହିତ ସାକ୍ଷାତ କରି ତାଙ୍କୁ ଚୁମ୍ବନ କଲେ।