27ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ମୋଶା ସହିତ ସାକ୍ଷାତ କରିବା ନିମନ୍ତେ ପ୍ରାନ୍ତରକୁ ଯାଅ।” ତହୁଁ ସେ ଯାଇ ପରମେଶ୍ୱରଙ୍କ ପର୍ବତରେ ତାଙ୍କ ସହିତ ସାକ୍ଷାତ କରି ତାଙ୍କୁ ଚୁମ୍ବନ କଲେ।
28ସେତେବେଳେ ମୋଶା ସଦାପ୍ରଭୁଙ୍କ ପ୍ରେରିତ ସମସ୍ତ ବାକ୍ୟ ଓ ତାହାଙ୍କ ଆଜ୍ଞାର୍ପିତ ସମସ୍ତ ଚିହ୍ନ ହାରୋଣଙ୍କୁ ଜଣାଇଲେ।
29ଏଥିଉତ୍ତାରେ ମୋଶା ଓ ହାରୋଣ ଯାଇ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗକୁ ଏକତ୍ର କଲେ।
30ପୁଣି, ହାରୋଣ ସେମାନଙ୍କୁ ମୋଶାଙ୍କ ପ୍ରତି କଥିତ ସଦାପ୍ରଭୁଙ୍କ ସମସ୍ତ ବାକ୍ୟ କହିଲେ, ପୁଣି, ଲୋକମାନଙ୍କ ଦୃଷ୍ଟିରେ ସେହି ସମସ୍ତ ଚିହ୍ନ ପ୍ରକାଶ କଲେ।
31ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ।