3ତହୁଁ ସଦାପ୍ରଭୁ କହିଲେ, “ତାକୁ ଭୂମିରେ ପକାଅ।” ତେଣୁ ସେ ତାକୁ ଭୂମିରେ ପକାନ୍ତେ, ତାହା ସର୍ପ ହେଲା; ତହିଁରେ ମୋଶା ତାହା ଆଗରୁ ପଳାଇଗଲେ।
4ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେମାନଙ୍କ ପୂର୍ବପୁରୁଷଗଣର ସଦାପ୍ରଭୁ ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ତୁମ୍ଭକୁ ଦର୍ଶନ ଦେଇଅଛନ୍ତି,” ଏହା ଯେପରି ସେମାନେ ବିଶ୍ୱାସ କରିବେ,
5“ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର,” ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା।
6ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ଆହୁରି କହିଲେ, “ତୁମ୍ଭେ ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ।” ତହିଁରେ ସେ ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ପୁନର୍ବାର ହସ୍ତ ବାହାର କଲେ, ଦେଖ, ତାଙ୍କର ହସ୍ତ ହିମବର୍ଣ୍ଣ ତୁଲ୍ୟ କୁଷ୍ଠଯୁକ୍ତ ହେଲା।
7ଏଥିରେ ସେ କହିଲେ, “ତୁମ୍ଭେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ;” ସେମାନେ ଯଦି ତୁମ୍ଭକୁ ବିଶ୍ୱାସ ନ କରିବେ