ଯାତ୍ରା ପୁସ୍ତକ 4

ଏଥିରେ ସେ କହିଲେ, “ତୁମ୍ଭେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ;” ସେମାନେ ଯଦି ତୁମ୍ଭକୁ ବିଶ୍ୱାସ ନ କରିବେ

Exodus 4:7 (UKJV) And he said, Put yours hand into your bosom again. And he put his hand into his bosom again; and plucked it out of his bosom, and, behold, it was turned again as his other flesh.

5“ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର,” ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା।

6ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ଆହୁରି କହିଲେ, “ତୁମ୍ଭେ ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ।” ତହିଁରେ ସେ ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ପୁନର୍ବାର ହସ୍ତ ବାହାର କଲେ, ଦେଖ, ତାଙ୍କର ହସ୍ତ ହିମବର୍ଣ୍ଣ ତୁଲ୍ୟ କୁଷ୍ଠଯୁକ୍ତ ହେଲା।

7ଏଥିରେ ସେ କହିଲେ, “ତୁମ୍ଭେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ;” ସେମାନେ ଯଦି ତୁମ୍ଭକୁ ବିଶ୍ୱାସ ନ କରିବେ

8ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ୱିତୀୟ ଚିହ୍ନରେ ବିଶ୍ୱାସ କରିବେ। ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା।

9ଏହି ଦୁଇ ଚିହ୍ନରେ ଯଦି ସେମାନେ ବିଶ୍ୱାସ ନ କରିବେ ଓ ତୁମ୍ଭ ରବରେ ମନୋଯୋଗ ନ କରିବେ, ତେବେ ତୁମ୍ଭେ ନୀଳ ନଦୀରୁ ଜଳ କିଛି ନେଇ ଶୁଷ୍କ ଭୂମିରେ ଢାଳ; ତହିଁରେ ତୁମ୍ଭେ ନଦୀରୁ ଯେଉଁ ଜଳ ଆଣିବ, ତାହା ଶୁଷ୍କ ଭୂମିରେ ରକ୍ତ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.