9ଏଉତ୍ତାରେ ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ତାହା ଓ ତହିଁର ସକଳ ପାତ୍ର ପବିତ୍ର କରିବ; ତହିଁରେ ତାହା ପବିତ୍ର ହେବ।
10ଆଉ, ତୁମ୍ଭେ ହୋମବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କରିବ; ତହିଁରେ ସେହି ବେଦି ମହାପବିତ୍ର ହେବ।
11ଆଉ ତୁମ୍ଭେ ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ଅଭିଷେକ କରି ପବିତ୍ର କରିବ।
12ଏଉତ୍ତାରେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣି ଜଳରେ ସ୍ନାନ କରାଇବ।
13ପୁଣି, ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର ବସ୍ତ୍ର ପରିଧାନ କରାଇ ଅଭିଷେକ କରି ପ୍ରତିଷ୍ଠା କରିବ।