15ପୁଣି, ସେମାନଙ୍କ ପିତାକୁ ଯେରୂପ ଅଭିଷେକ କଲ, ସେହିରୂପ ସେମାନଙ୍କୁ ଅଭିଷେକ କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ; ସେହି ଅଭିଷେକ ସେମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ଯାଜକତ୍ୱର ମୂଳ ହେବ।”
16ମୋଶା ଏହିରୂପ କଲେ; ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମସ୍ତ କଲେ।
17ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା।
18ପୁଣି, ମୋଶା ଆବାସ ସ୍ଥାପନ କରି ତହିଁର ଚୁଙ୍ଗୀ ଦେଇ ପଟା ବସାଇ ଅର୍ଗଳ ପ୍ରବେଶ କରାଇ ତହିଁର ସ୍ତମ୍ଭ ଠିଆ କଲେ।
19ତହୁଁ ସେ ଆବାସ ଉପରେ ତମ୍ବୁ ବିସ୍ତାର କଲେ ଓ ତମ୍ବୁ ଉପରେ ଛାତ ଦେଲେ;