ଯାତ୍ରା ପୁସ୍ତକ 40

ପୁଣି, ମୋଶା ଆବାସ ସ୍ଥାପନ କରି ତହିଁର ଚୁଙ୍ଗୀ ଦେଇ ପଟା ବସାଇ ଅର୍ଗଳ ପ୍ରବେଶ କରାଇ ତହିଁର ସ୍ତମ୍ଭ ଠିଆ କଲେ।

Exodus 40:18 (UKJV) And Moses reared up the tabernacle, and fastened his sockets, and set up the boards thereof, and put in the bars thereof, and reared up his pillars.

16ମୋଶା ଏହିରୂପ କଲେ; ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମସ୍ତ କଲେ।

17ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା।

18ପୁଣି, ମୋଶା ଆବାସ ସ୍ଥାପନ କରି ତହିଁର ଚୁଙ୍ଗୀ ଦେଇ ପଟା ବସାଇ ଅର୍ଗଳ ପ୍ରବେଶ କରାଇ ତହିଁର ସ୍ତମ୍ଭ ଠିଆ କଲେ।

19ତହୁଁ ସେ ଆବାସ ଉପରେ ତମ୍ବୁ ବିସ୍ତାର କଲେ ଓ ତମ୍ବୁ ଉପରେ ଛାତ ଦେଲେ;

20ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସାକ୍ଷ୍ୟପତ୍ର ଘେନି ସିନ୍ଦୁକ ଭିତରେ ରଖିଲେ ଓ ସିନ୍ଦୁକରେ ସାଙ୍ଗୀ ଲଗାଇ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିଲେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.