1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2“ତୁମ୍ଭେ ପ୍ରଥମ ମାସରେ ପ୍ରଥମ ଦିନରେ ସମାଗମ-ତମ୍ବୁର ଆବାସ ସ୍ଥାପନ କରିବ।
3ପୁଣି, ତହିଁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକ ରଖି ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ସିନ୍ଦୁକ ଆଚ୍ଛାଦନ କରିବ।
4ଏଉତ୍ତାରେ ମେଜ ଭିତରକୁ ଆଣି ତହିଁ ଉପରିସ୍ଥିତ ଦ୍ରବ୍ୟମାନ ଧାରାନୁସାରେ ରଖିବ; ଆଉ ଦୀପବୃକ୍ଷ ଭିତରକୁ ଆଣି ତହିଁର ପ୍ରଦୀପସକଳ ଜାଳିବ।