21ପୁଣି, ଆବାସ ଭିତରକୁ ସିନ୍ଦୁକ ଆଣିଲେ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସାକ୍ଷ୍ୟ-ସିନ୍ଦୁକ ଆଚ୍ଛାଦନ କଲେ।
22ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସର ଉତ୍ତର ପାର୍ଶ୍ୱରେ ବିଚ୍ଛେଦ ବସ୍ତ୍ରର ବାହାରେ ସମାଗମ-ତମ୍ବୁରେ ମେଜ ରଖିଲେ;
23ପୁଣି, ସେ ସଦାପ୍ରଭୁଙ୍କ ସମ୍ମୁଖରେ ଧାରାନୁସାରେ ତହିଁ ଉପରେ ରୁଟି ରଖିଲେ।
24ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ପାର୍ଶ୍ୱରେ ସମାଗମ-ତମ୍ବୁରେ ଦୀପବୃକ୍ଷ ରଖିଲେ
25ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଦୀପ ଜାଳିଲେ।