28ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସ-ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇଲେ
29ଓ ସମାଗମ-ତମ୍ବୁର ଆବାସ ଦ୍ୱାର ନିକଟରେ ହୋମବେଦି ରଖି ତହିଁ ଉପରେ ହୋମବଳି ଓ ନୈବେଦ୍ୟ ଉତ୍ସର୍ଗ କଲେ।
30ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନ-ପାତ୍ର ରଖି ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଦେଲେ।
31ତହିଁରେ ମୋଶା, ହାରୋଣ ଓ ତାଙ୍କର ପୁତ୍ରଗଣ ଆପଣା ଆପଣା ହସ୍ତ ପଦ ପ୍ରକ୍ଷାଳନ କଲେ।
32ଯେକୌଣସି ସମୟରେ ସେମାନେ ସମାଗମ-ତମ୍ବୁରେ ପ୍ରବେଶ କଲେ ବା ବେଦିର ନିକଟବର୍ତ୍ତୀ ହେଲେ, ସେହି ସମୟରେ ସେମାନେ ପ୍ରକ୍ଷାଳନ କଲେ।