31ତହିଁରେ ମୋଶା, ହାରୋଣ ଓ ତାଙ୍କର ପୁତ୍ରଗଣ ଆପଣା ଆପଣା ହସ୍ତ ପଦ ପ୍ରକ୍ଷାଳନ କଲେ।
32ଯେକୌଣସି ସମୟରେ ସେମାନେ ସମାଗମ-ତମ୍ବୁରେ ପ୍ରବେଶ କଲେ ବା ବେଦିର ନିକଟବର୍ତ୍ତୀ ହେଲେ, ସେହି ସମୟରେ ସେମାନେ ପ୍ରକ୍ଷାଳନ କଲେ।
33ଏଉତ୍ତାରେ ସେ ଆବାସର ଓ ବେଦିର ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କଲେ ଓ ପ୍ରାଙ୍ଗଣ ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇଲେ, ଏହିରୂପେ ମୋଶା ସେହି କାର୍ଯ୍ୟ ସମାପ୍ତ କଲେ।
34ଏଥିଉତ୍ତାରେ ମେଘ ସେହି ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା।
35ତହିଁରେ ମୋଶା ସମାଗମ-ତମ୍ବୁରେ ପ୍ରବେଶ କରି ପାରିଲେ ନାହିଁ, କାରଣ ମେଘ ତହିଁ ଉପରେ ଅବସ୍ଥିତି କରିଥିଲା ଓ ସଦାପ୍ରଭୁଙ୍କ ପ୍ରତାପ ଆବାସକୁ ପରିପୂର୍ଣ୍ଣ କରିଥିଲା।