34ଏଥିଉତ୍ତାରେ ମେଘ ସେହି ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା।
35ତହିଁରେ ମୋଶା ସମାଗମ-ତମ୍ବୁରେ ପ୍ରବେଶ କରି ପାରିଲେ ନାହିଁ, କାରଣ ମେଘ ତହିଁ ଉପରେ ଅବସ୍ଥିତି କରିଥିଲା ଓ ସଦାପ୍ରଭୁଙ୍କ ପ୍ରତାପ ଆବାସକୁ ପରିପୂର୍ଣ୍ଣ କରିଥିଲା।
36ପୁଣି, ଆବାସ ଉପରୁ ଯେତେବେଳେ ମେଘ ନିଆଗଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ଯାତ୍ରାରେ ଅଗ୍ରସର ହେଲେ।
37ମାତ୍ର ମେଘ ଯେତେବେଳେ ଊର୍ଦ୍ଧ୍ୱକୁ ନିତ ହେଲା ନାହିଁ, ସେତେବେଳେ ଊର୍ଦ୍ଧ୍ୱକୁ ନିତ ନ ହେବା ଦିନ ପର୍ଯ୍ୟନ୍ତ ସେମାନେ ଯାତ୍ରା କଲେ ନାହିଁ।
38କାରଣ, ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା।