3ପୁଣି, ତହିଁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକ ରଖି ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ସିନ୍ଦୁକ ଆଚ୍ଛାଦନ କରିବ।
4ଏଉତ୍ତାରେ ମେଜ ଭିତରକୁ ଆଣି ତହିଁ ଉପରିସ୍ଥିତ ଦ୍ରବ୍ୟମାନ ଧାରାନୁସାରେ ରଖିବ; ଆଉ ଦୀପବୃକ୍ଷ ଭିତରକୁ ଆଣି ତହିଁର ପ୍ରଦୀପସକଳ ଜାଳିବ।
5ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ସ୍ୱର୍ଣ୍ଣର ଧୂପବେଦି ରଖିବ, ପୁଣି, ଆବାସ-ଦ୍ୱାରର ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ।
6ଆଉ ସମାଗମ-ତମ୍ବୁର ଆବାସ ଦ୍ୱାର ସମ୍ମୁଖରେ ହୋମବେଦି ରଖିବ।
7ସମାଗମ-ତମ୍ବୁ ଓ ବେଦି ମଧ୍ୟରେ ପ୍ରକ୍ଷାଳନ-ପାତ୍ର ରଖି ତହିଁରେ ଜଳ ଦେବ।