6ଆଉ ସମାଗମ-ତମ୍ବୁର ଆବାସ ଦ୍ୱାର ସମ୍ମୁଖରେ ହୋମବେଦି ରଖିବ।
7ସମାଗମ-ତମ୍ବୁ ଓ ବେଦି ମଧ୍ୟରେ ପ୍ରକ୍ଷାଳନ-ପାତ୍ର ରଖି ତହିଁରେ ଜଳ ଦେବ।
8ପୁଣି, ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କରିବ ଓ ପ୍ରାଙ୍ଗଣ ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ।
9ଏଉତ୍ତାରେ ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ତାହା ଓ ତହିଁର ସକଳ ପାତ୍ର ପବିତ୍ର କରିବ; ତହିଁରେ ତାହା ପବିତ୍ର ହେବ।
10ଆଉ, ତୁମ୍ଭେ ହୋମବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କରିବ; ତହିଁରେ ସେହି ବେଦି ମହାପବିତ୍ର ହେବ।