8ପୁଣି, ପୂର୍ବରେ ସେମାନଙ୍କ ଉପରେ ଯେତେ ଇଟା ନିର୍ମାଣର ଭାର ଥିଲା, ଏବେ ସେହି ଭାର ଦିଅ; ତହିଁରୁ କିଛିମାତ୍ର ଊଣା କର ନାହିଁ; ଯେହେତୁ ସେମାନେ ଅଳସୁଆ ଅଟନ୍ତି; ‘ଏଣୁ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଯିବାକୁ ଦିଅ ବୋଲି ଡାକ ପକାଉଅଛନ୍ତି;’
9ଏହେତୁ ଏମାନେ କାର୍ଯ୍ୟ ଭାରରେ ଭାରାକ୍ରାନ୍ତ ହୋଇ ତହିଁରେ ବ୍ୟସ୍ତ ଥାʼନ୍ତୁ; ମିଥ୍ୟା କଥାରେ ଅବଧାନ ନ କରନ୍ତୁ।”
10ତହିଁ ଉତ୍ତାରେ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷଗଣ ବାହାରେ ଯାଇ ସେମାନଙ୍କୁ କହିଲେ, “ଫାରୋ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭମାନଙ୍କୁ ଆଉ ପାଳ ଦେବୁ ନାହିଁ।
11ଯାଅ, ଯେଉଁଠାରେ ପାଳ ପାଇ ପାରିବ ସେହିଠାରୁ ଆପଣା ଆପଣା ନିମନ୍ତେ ତାହା ସଂଗ୍ରହ କର; ମାତ୍ର ତୁମ୍ଭମାନଙ୍କର କାର୍ଯ୍ୟ କିଛି ଊଣା ହେବ ନାହିଁ।’”
12ତହିଁରେ ଲୋକମାନେ ପାଳ ବଦଳେ କୁଟା ସଂଗ୍ରହ କରିବାକୁ ସମସ୍ତ ମିସର ଦେଶରେ ଛିନ୍ନଭିନ୍ନ ହୋଇଗଲେ।